ଭିଜିଲାନ୍ସ ଜାଲରେ ଯନ୍ତ୍ରୀ I

👇समाचार सुनने के लिए यहां क्लिक करें

୬(ସିଧାସମ୍ବାଦ)

୩ ଦିନ ପରେ ଅବସର ନେଇଥାନ୍ତେ। କିନ୍ତୁ ଏହା ପୂର୍ବରୁ ଆଜି ଭିଜିଲାନ୍ସୁ ପଞ୍ଝାରେ ପଡିଛନ୍ତି। ଭିଜିଲାନ୍ସ ଜାଲରେ ପଡିଛନ୍ତି ଗଞ୍ଜାମ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଚଢାଉ ଜାରି ରଖିଛି। ଏକକାଳୀନ ୭ ଟି ସ୍ଥାନରେ ଚଢ଼ାଉ ଚାଲିଛି। ବ୍ରହ୍ମପୁର ରାମହରି ନଗରରେ ଥିବା ସୁଶୀଲଙ୍କ ବାସଭବନ, ଆଙ୍କୁଲି ମୁକ୍ତେଶ୍ଵର ଆପାର୍ଟମେଣ୍ଟର ଦୁଇଟି ଫ୍ଲାଟ, ପୁରୀ ଚୁଡଙ୍ଗ ସାହି, କବିସୂର୍ଯ୍ୟନଗର ଗୁଡିଆଳିର ତାଙ୍କର ପୈତୃକ ଘର, ପୁରୁଷୋତ୍ତମପୁର ବେଢ ଗାଁରେ ଥିବା ତାଙ୍କର ପୈତୃକ ଘର ସହ ଗଞ୍ଜାମ ବ୍ଲକ କାର୍ଯ୍ୟାଳୟରେ ଏକକାଳୀନ ଭାବେ ୭ଟି ସ୍ଥାନରେ ଚଢ଼ାଉ କରାଯାଉଛି। ଏହି ଚଢ଼ାଉରେ ୬ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି । ଭିଜିଲାନ୍ସ ଚଢ଼ାଉ ସମୟରେ ଲକ୍ଷାଧିକ ନଗଦ ଟଙ୍କା ସହ କିଛି ସୁନା ଅଳଙ୍କାର ଜବତ କରାଯାଇଛି।

Sidha Sambad
Author: Sidha Sambad

Leave a Comment

और पढ़ें