ଭୁବନେଶ୍ଵର(ସିଧାସମ୍ବାଦ);ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବାବେଳେ ଏହା ଉତ୍ତର ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବ। କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି କଳାହାଣ୍ଡି , କନ୍ଧମାଳ , ରାୟଗଡା, ଗଜପତି , ନବରଙ୍ଗପୁର ଏବଂ ନୂଆପଡା ଜିଲ୍ଲାରେ ଭାରୀ ବର୍ଷା ହେବାର ଆଶଙ୍କା ରହିଛି। ଉପକୂଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।



