ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ

👇समाचार सुनने के लिए यहां क्लिक करें

ଆଜି ପବିତ୍ର ବିଜୟାଦଶମୀ।ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର। ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ। ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା। ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମା’ଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।

Sidha Sambad
Author: Sidha Sambad

Leave a Comment

और पढ़ें