ଅନୁଗୁଳ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ପୁଣି ଥରେ ରକ୍ତ ରଞ୍ଜିତ ହୋଇଛି ରାଜପଥ। ଏହି ଭୟଙ୍କର ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି। ଆଜି ସମୟରେ ଏକ ବାଇକ୍ରେ ୩ ଜଣ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ଦ୍ରୁତଗାମୀ ଗାଡ଼ି ସେମାନଙ୍କୁ ଶକ୍ତ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ଘଟଣାସ୍ଥଳରେ ହିଁ ୨ ଜଣଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଗୁରୁତର ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଏବେ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଖୋଜିବା ସହ ଘଟଣାର ଅଧିକ ତଦନ୍ତ କରୁଛି।






