ଲଘୁଚାପଜନିତ ବର୍ଷା: ଆସନ୍ତାକାଲି ଜଗତସିଂହପୁରରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା

👇समाचार सुनने के लिए यहां क्लिक करें

ଜଗତସିଂହପୁର: ଲଘୁଚାପଜନିତ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସୁରକ୍ଷା ଦୃଷ୍ଟିରୁ ଆସନ୍ତାକାଲି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି।

ଲଗାଣ ବର୍ଷା ଯୋଗୁଁ ଛାତ୍ରଛାତ୍ରୀଙ୍କ ଆସିବା ଯିବାରେ ସମସ୍ୟା ଓ ସମ୍ଭାବ୍ୟ ବିପଦକୁ ଏଡ଼ାଇବା ପାଇଁ ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ପ୍ରାଥମିକ, ମାଧ୍ୟମିକ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଏହି ନିୟମ ଲାଗୁ ହେବ।ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ନିଶ୍ଚିତ କାମ ନଥିଲେ ବାହାରକୁ ନବାହାରିବା ଏବଂ ଜରୁରୀ ପରିସ୍ଥିତିରେ ଜିଲ୍ଲା ଆପାତକାଳୀନ ବିଭାଗ ସହ ଯୋଗାଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Sidha Sambad
Author: Sidha Sambad

Leave a Comment

और पढ़ें