ପାଣିପାଗ ବିଭାଗର ବୁଲେଟିନ୍ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଚାନ୍ଦବାଲି, ପାରାଦ୍ୱୀପ, ଭୁବନେଶ୍ୱର, ପୁରୀ, ବାରିପଦା, ସୁନ୍ଦରଗଡ଼, ନୟାଗଡ଼, ରାୟଗଡ଼ା, ଯାଜପୁର, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଆଦି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି।
-
ପ୍ରବଳ ବର୍ଷା ଆଶଙ୍କା: ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
-
ବିଜୁଳି ଘଡ଼ଘଡ଼ି ସହ ବର୍ଷା: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ।
ଏହି ସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା (Yellow Alert) ଜାରି କରାଯାଇଛି। ବଜ୍ରପାତ ସମୟରେ ଖୋଲା ସ୍ଥାନ କିମ୍ବା ଗଛ ତଳେ ନରହି ସୁରକ୍ଷିତ ଆଶ୍ରୟସ୍ଥଳୀକୁ ଯିବା ପାଇଁ ସାଧାରଣ ନାଗରିକଙ୍କୁ ପରାମର୍ଶ ଦିଆଯାଇଛି।


