ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରସଙ୍ଗ: ଓଡ଼ିଶା ବନ୍ଦ, ରାଜରାସ୍ତାରେ ନବନିର୍ମାଣ ଯୁବ ଛାତ୍ର ସଙ୍ଗଠନ I

👇समाचार सुनने के लिए यहां क्लिक करें

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ଛାପା ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିରେ ଆଜି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ ଯୁବ ଛାତ୍ର ସଙ୍ଗଠନ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି।

ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ ବୋଲି ନବନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ଆବାହକ ଅକ୍ଷୟ କୁମାର ସୂଚନା ଦେଇଛନ୍ତି। ଡାକ୍ତରଖାନା, ଔଷଧ ଦୋକାନ, କ୍ଷୀର ଗାଡ଼ି ଭଳି ଜରୁରୀ ସେବାକୁ ବନ୍ଦରୁ ବାଦ ଦିଆଯାଇଛି। ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ ପାଇଁ ସଙ୍ଗଠନ ପକ୍ଷରୁ ଆହ୍ୱାନ ଦିଆଯାଇଛି।

ବନ୍ଦର ପ୍ରଭାବ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ବରମୁଣ୍ଡା ବସଷ୍ଟାଣ୍ଡ ସମ୍ମୁଖରେ ଆନ୍ଦୋଳନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଚକୋଲେଟ୍ ଦେଇ ଲୋକଙ୍କୁ ବନ୍ଦ ପାଳନ ପାଇଁ ଅନୁରୋଧ କରୁଥିବା ଦୃଶ୍ୟ ମଧ୍ୟ ସାମ୍ନାକୁ ଆସିଛି।

ସେହିପରି ୟୁନିଟ୍-୨ ମାର୍କେଟ୍ ବିଲ୍ଡିଂରେ ଦୋକାନ ବଜାର ବନ୍ଦ ରହିଛି। ବିଭିନ୍ନ ସ୍ଥାନରେ ଗାଡ଼ିମୋଟର ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି। ବନ୍ଦକୁ ନେଇ ସହରର ବିଭିନ୍ନ ପ୍ରମୁଖ ରାସ୍ତାରେ ପୁଲିସ ମୁତୟନ କରାଯାଇଛି।

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରସଙ୍ଗରେ ସରକାରଙ୍କ ଜବାବ ଓ ମନ୍ତ୍ରୀଙ୍କ ଇସ୍ତଫା ଦାବିକୁ ନେଇ ଆନ୍ଦୋଳନ ଜୋରଦାର ହୋଇଥିବା ବେଳେ ଓଡ଼ିଶା ବନ୍ଦର ପ୍ରଭାବ କେତେ ଦୂର ରହୁଛି, ତା’ ଉପରେ ନଜର ରହିଛି।

Sidha Sambad
Author: Sidha Sambad

Leave a Comment

और पढ़ें