ମର୍ମନ୍ତୁଦ ଦୁର୍ଘଟଣା ,ଡ୍ରାଇଭରଙ୍କର ମୃତ୍ୟୁ i

👇समाचार सुनने के लिए यहां क्लिक करें

କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। SCHOOLଗାଡି ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ଏକ ବୋଲେରୋ କିଛି ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ୨୦ ନଂ ଜାତୀୟ ରାଜପଥ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ସମସ୍ତ ଗୁରୁତର ଛାତ୍ରଛାତ୍ରୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Sidha Sambad
Author: Sidha Sambad

Leave a Comment

और पढ़ें