(ସିଧାସମ୍ବାଦ)ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ହେବ ପ୍ରବଳ ବର୍ଷା; ସର୍ତକ ସୂଚନା ଜାରି କଲା ପାଣିପାଗ ବିଭାଗ, ୮ ସେପ୍ଟେମ୍ବର ପରେ ବଦଳିବ ପାଗ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି । ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ।




