ବିରୋଧ ପରେ କମିଲା ପାର୍କିଂ ଫି I

👇समाचार सुनने के लिए यहां क्लिक करें

ଶ୍ରୀକ୍ଷେତ୍ରରେ ଭକ୍ତନିବାସରେ ଆଜିଠୁ ନୂଆ ପାର୍କିଂ ଫି ଲାଗୁ । ଏଣିକି ୫୦୦ ଟଙ୍କା ବଦଳରେ ୨୪୦ ଟଙ୍କା ଆଦାୟ ହେବ ପାର୍କିଂ ଫି । ଚାରିଆଡୁ ବିରୋଧ ପରେ ପାର୍କିଂ ଫି କମ କରାଯାଇଥିବା ସୂଚନା ରହିଛି । ଗତକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ସୂଚନା ଦେଇଥିଲେ । ସେହିପରି ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା । ଏଣିକି ଖୋଲାଖୋଲି ମୋବାଇଲ୍ ବ୍ୟବହାର କରିପାରିବେନି ସେବାୟତ । କଥାବାର୍ତ୍ତା ପାଇଁ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟକୁ ଯାଇ ଫୋନ୍ ବ୍ୟବହାର କରିପାରିବେ । ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।
ଶ୍ରୀମନ୍ଦିର ଭିତରେ ମୋବାଇଲରେ ବାରମ୍ବାର ଫଟୋ ଉଠୁଥିବାରୁ ଏଥିପାଇଁ କଡ଼ା ଆଇନ ଆସିବା ଆବଶ୍ୟକ । ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ପାଇଁ ସରକାରଙ୍କୁ ଅନୁରୋଧ କରାଯାଇଛି ବୋଲି ଅରବିନ୍ଦ ପାଢୀ କହିଛନ୍ତି । ସେହିଭଳି ରତ୍ନଅଳଙ୍କାର ଗଣତି ମଣତି ନେଇ ଚିଠା ମାର୍ଗଦର୍ଶିକା ବୈଠକରେ ଅନୁମୋଦିତ ହୋଇଛି। ଏହା ରାଜ୍ୟ ସରକାରଙ୍କୁ ପଠାଯିବ, ଅନୁମୋଦନ ମିଳିବା ପରେ ସ୍ପଷ୍ଟ ହେବ । ଗଣତି ମଣତି ବେଳେ ଯେପରି ନୀତିକାନ୍ତି ପ୍ରଭାବିତ ନ ହେବ ତାହାକୁ ଗୁରୁତ୍ବ ଦିଆଯାଉଛି । ମହାପ୍ରଭୁଙ୍କ ନୂଆ ରତ୍ନ ପଲଙ୍କ ସେଟ୍ ତିଆରି ସରିଛି, ଶୁଭ ଲଗ୍ନ ଦେଖି ଲାଗି ହେବ। ଶ୍ରୀଗୁଣ୍ଡିଚା ମନ୍ଦିର କେବେ ଖୋଲାଯିବ, ତିଥି ଲଗ୍ନ ଦେଖି ସ୍ଥିର କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।

Sidha Sambad
Author: Sidha Sambad

Leave a Comment

और पढ़ें