ରାଜ୍ୟରେ କମିଲା ପାରଦ, ହେଲେ କମୁନି ଗୁଳୁଗୁଳି

👇समाचार सुनने के लिए यहां क्लिक करें

ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରାରେ ସାମାନ୍ୟ ହ୍ରାସ ରେକର୍ଡ କରାଯାଇଛି। କିନ୍ତୁ ବାୟୁମଣ୍ଡଳରେ ଆଦ୍ରତା ଅଧିକ ଥିବା ଯୋଗୁଁ ଅସହ୍ୟ ଗୁଳୁଗୁଳି ଜାରି ରହିଛି। ସକାଳୁ ସକାଳୁ ଝାଳ ବୋହିବା ସହ ଗୁଳୁଗୁଳି ଯୋଗୁଁ ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି। ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ସମାନ ସ୍ଥିତି ଦେଖିବାକୁ ମିଳୁଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୭ ଦିନ ଅର୍ଥାତ୍ ଜୁନ୍ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ବେଶ୍ ସକ୍ରିୟ ରହିବ। ଏହି ସମୟ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ହେବାର ସମ୍ଭାବନା ରହିଛି।

ତେବେ ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। କାଳବୈଶାଖୀ ପ୍ରଭାବରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ବିଶେଷ କରି ଦକ୍ଷିଣ ଏବଂ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିବ।

34839005 – water droplets falling into the hand

ପାଣିପାଗ ବିଭାଗ ସୂଚନା ଅନୁସାରେ, କାଳବୈଶାଖୀ ଜନିତ ବର୍ଷା କାରଣରୁ ମୁଖ୍ୟତଃ ଗଞ୍ଜାମ ଏବଂ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Sidha Sambad
Author: Sidha Sambad

Leave a Comment

और पढ़ें