ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି

👇समाचार सुनने के लिए यहां क्लिक करें

ଓଡ଼ିଶାବାସୀଙ୍କ ପାଇଁ ବଡ଼ ପାଣିପାଗ ଅପଡେଟ୍! ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଆରମ୍ଭ ହୋଇଥିବା ବେଳେ ଆଗକୁ ଆସୁଛି ଆଉ ଏକ ଲଘୁଚାପ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଆସନ୍ତା ୨4 ଘଣ୍ଟା ମଧ୍ୟରେ ବିଶେଷ କରି କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହା ସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଭଳି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁଙ୍କ ସୂଚନା ଅନୁଯାୟୀ, ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଆସନ୍ତା ୧୩ କିମ୍ବା ୧4 ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ, ବାଲେଶ୍ବରରୁ ପୁରୀ ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇପାରେ। ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ମଧ୍ୟ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି, କିନ୍ତୁ ଦକ୍ଷିଣ ଓଡ଼ିଶାରେ ବିଶେଷ ବର୍ଷାର ପ୍ରଭାବ ରହିବ ନାହିଁ। ତେବେ ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

Sidha Sambad
Author: Sidha Sambad

Leave a Comment

और पढ़ें