ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ: ସପ୍ତାହେ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା i

👇समाचार सुनने के लिए यहां क्लिक करें

ଭୁବନେଶ୍ୱର (ସିଧାସମ୍ବାଦ): ରାଜ୍ୟରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଜାରି ରହିବ ପ୍ରବଳ ବର୍ଷା। ବୁଧବାର ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

  • ସୃଷ୍ଟ ଘୂର୍ଣ୍ଣିବଳୟ: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟବର୍ତ୍ତୀ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି।

  • ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ: ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

  • ପବନ ଓ ବଜ୍ରପାତ ଚେତାବନୀ: ଉପକୂଳ, ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Sidha Sambad
Author: Sidha Sambad

Leave a Comment

और पढ़ें