ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର I

👇समाचार सुनने के लिए यहां क्लिक करें

ଭୁବନେଶ୍ୱର: ସ୍ୱଚ୍ଛ ଶକ୍ତି ଅଭିଯାନ ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ଓଡ଼ିଶା ଏକ ବଡ଼ ସଫଳତା ହାସଲ କରିଛି। ଦେଶର ଅଗ୍ରଣୀ ଶକ୍ତି ସମ୍ମିଳନୀ ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ (Windergy India 2026) ରେ ଓଡ଼ିଶାକୁ ସମ୍ମାନଜନକ “ୱିଣ୍ଡ ଇଣ୍ଡିଆ ୨୦୨୬: ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ” (Leadership in Wind Energy De-risking) ପୁରସ୍କାରରେ ସମ୍ମାନିତ କରାଯାଇଛି।

ଦେଶବିଦେଶର ବିଶିଷ୍ଟ ଶିଳ୍ପପତି ଓ ସରକାରୀ ପଦାଧିକାରୀଙ୍କ ଏକ ବୈଠକରେ ଗ୍ରୀଡକୋର ପରିଚାଳନା ନିର୍ଦ୍ଦେଶକ ଡଃ ସତ୍ୟପ୍ରିୟ ରଥ, ମାନ୍ୟବର କେନ୍ଦ୍ର ନୂତନ ଏବଂ ନବୀକରଣୀୟ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କଠାରୁ ଏହି ପ୍ରତିଷ୍ଠିତ ପୁରସ୍କାର ଗ୍ରହଣ କରିଛନ୍ତି।

ଏହି ସଫଳତା ପାଇଁ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଖୁସି ଓ ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ଏହି ସମ୍ମାନ ଓଡ଼ିଶା ଅକ୍ଷୟ ଶକ୍ତି ନୀତି ଅଧୀନରେ ରାଜ୍ୟରେ ସ୍ୱଚ୍ଛ ଶକ୍ତି ରୂପାନ୍ତରଣକୁ ତ୍ୱରାନ୍ୱିତ କରିବା ଏବଂ ବ୍ୟାପକ ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାରଙ୍କ ଅଟଳ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।

Sidha Sambad
Author: Sidha Sambad

Leave a Comment

और पढ़ें