: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ କରିବେ ଯୋଗ

👇समाचार सुनने के लिए यहां क्लिक करें

ଭୁବନେଶ୍ୱର (ସିଧା ସମ୍ବାଦ କଳିଙ୍ଗ): ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ସେ ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ପ୍ରସିଦ୍ଧ ମା’ କିଚକେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସ୍ଥାନୀୟ ପ୍ରଶାସନ ଏବଂ ସୁରକ୍ଷା ବାହିନୀ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ତାଙ୍କର ଏହି ଗସ୍ତକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ଭିତରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।

Sidha Sambad
Author: Sidha Sambad

Leave a Comment

और पढ़ें